ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରସ୍ତୁତି; ୧୧ ଜିଲ୍ଲାକୁ ଗଲେ ପୋଲିଂ ପାର୍ଟି

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜନୈତିକ ଦଳମାନେ ଚଳଚଞ୍ଚଳ ହୋଇଉଠିଛନ୍ତି । ସେପଟେ ନିର୍ବାଚନକୁ ମାତ୍ର ଦୁଇଦିନ ଥିବାରୁ ଆଜିଠାରୁ ପ୍ରାର୍ଥମାନେ ଆଉ ପ୍ରଚାର କରିପାରିବେ ନାହିଁ । ଏହା ମଧ୍ୟରେ ପ୍ରଥମ ପର୍ୟ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ କମିଶନଙ୍କ ପ୍ରସ୍ତୁତି । ୧୧ ଜିଲ୍ଲାକୁ ପୋଲିଂ ପାର୍ଟି ଯାଇଥିବା ବେଳେ ମଙ୍ଗଳବାର ୧୯ଟି ଜିଲ୍ଲାକୁ ପୋଲିଂ ପାର୍ଟି ଯିବେ । ୧୬ ତାରିଖ ଦିନ ସକାଳ ୭ରୁ ୧ଟା ପର୍ୟ୍ୟନ୍ତ ଭୋଟ୍ ଗ୍ରହଣ କରାଯିବ । ଭୋଟରମାନେ କିପରି ଭୋଟ୍ ଦେବେ ସେ ନେଇ ଅବଗତ କରାଇଲେ ନିର୍ବାଚନ କମିଶନଙ୍କ ସଚିବ ରବୀନ୍ଦ୍ର ନାଥ ସାହୁ ।

ପ୍ରତିଦ୍ବନ୍ଦିତା କରୁଥିବା ଏକାଧିକ ପ୍ରାର୍ଥୀଙ୍କୁ ଭୋଟ୍ ଦେଲେ ତାହା ନାକଚ ହେବ । ୧୦ ଚିହ୍ନ ବିଶିଷ୍ଟ ବାଲାଟ ପେପର ବ୍ୟବହାର ହେଉଥିବାରୁ ଯେଉଁ ଚିହ୍ନରେ କେହି ପ୍ରାର୍ଥୀ ନଥିବେ ଏବଂ ତାହା ଫୋଲଡ଼ ହୋଇ ରହିଥିବ ସେହି ଚିହ୍ନରେ ଯଦି ମତଦାତା ଭୋଟ୍ ଦେଇଥିବେ। ତେବେ ତାହା ନାକଚ ହେବ ନାହିଁ। କାରଣ ସେ ଚିହ୍ନରେ କେହି ପ୍ରାର୍ଥୀ ପ୍ରତିଦ୍ବନ୍ଦିତା କରୁନାହାନ୍ତି । ତେଣୁ ତାହା ନାକଚ ହେବ ନାହିଁ ବୋଲି ଭିଡିଓ ମାଧ୍ୟମରେ ଅବଗତ କଲେ ସଚିବ ।

Related Posts