ଗଜପତି ଜିଲ୍ଲାପାଳଙ୍କ ଉପସ୍ଥିତିରେ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରୁ ଏକ ଶିଶୁକୁ କୋଳେଇ ନେଲେ ଉତ୍ତରପ୍ରଦେଶ ମୁରାଦାବାଦର ଦମ୍ପତି

ଉତ୍ତରପ୍ରଦେଶ ମୁରାଦାବାଦର ଏକ ଦମ୍ପତିଙ୍କୁ ମିଳିଲା ଶିଶୁ ପୁତ୍ର । ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରୁ ଏକ ଶିଶୁକୁ କୋଳେଇ ନେଇଛନ୍ତି ଏହି ଦମ୍ପତି ।ଜିଲ୍ଲାପାଳଙ୍କ ଉପସ୍ଥିତିରେ ଶିଶୁକୁ ହସ୍ତାନ୍ତର କରାଯାଇଥିବା ବେଳେ ଏହା ହେଉଛି କେନ୍ଦ୍ରର ୨୮ ନମ୍ବର ଶିଶୁ ।

ଅସହାୟ ଶିଶୁକୁ ପୋଷ୍ୟ ସନ୍ତାନ ଭାବେ ଗ୍ରହଣ କଲେ ମୁରାଦାବାଦ ଦମ୍ପତିଗତ ଲକଡାଉନ ଏବଂ ସଟଡାଉନରେ ଜିଲ୍ଲାର ବିଭିନ୍ନ ଜାଗାରୁ ଶିଶୁଙ୍କୁ ଉଦ୍ଧାର କରାଯାଇ ପାରଳାଖେମୁଣ୍ତିରେ ଥିବା ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିଶାନ ସାଲୋମ ରଖାଯାଉଥିଲା । ଏହାସହ ସେଠାରେ ସେମାନଙ୍କର ଆଡପସନ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା ।ପରବର୍ତ୍ତୀ ମୁହୂର୍ତ୍ତରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି ଓ ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ । ଯାହା ଦ୍ଵାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବ । ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇ ଦିଆଯାଇଥିଲା । ପରବର୍ତ୍ତୀ ମୁହୂର୍ତ୍ତରେ ତିନି ବର୍ଷ ଧରି ଏକ ପୁତ୍ର ସନ୍ତାନ ପାଇଁ ଅନଲାଇନ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ ।

ଏହି ଅବସରରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରିପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ, ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ରହିଥିଲେ।

Related Posts