ଦେଶରେ ଏବେ କରୋନା ଗ୍ରାଫ୍ ତଳମୁହାଁ ରହିଛି | ଦୈନିକ ସଂକ୍ରମଣ ଏବେ ଦିନକୁ ଦିନ ହ୍ରାସ ପାଇବାରେ ଲାଗୁଛି | ଦେଶରେ ହୁ ହୁ ହୋଇ ବଢୁଥିବା ସଂକ୍ରମଣ ରେ ବ୍ରେକ ଲାଗିଛି | ଏଥିସହ ମୄତ୍ୟୁ ସଂଖ୍ୟା ମଧ ତଳ ମୁହାଁ ଥିବା ଦେଖିବାକୁ ମିଳିଛି | ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୧୫ ହଜାର ତଳକୁ ଖସିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୦୨ ଜଣଙ୍କ ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୧୩୧୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୨ ଛୁଇଁଛି ।

ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୨୮ ଲକ୍ଷ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୩୪୨୩୫ ସକ୍ରିୟ ମାମଲା ରହିଛି ଏବଂ ୪ କୋଟି ୨୨ ଲକ୍ଷ ୪୬ ହଜାର ୮୮୪ ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫ ଲକ୍ଷ ୧୩ ହଜାର ୨୨୬ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

ସେହିପରି, ରାଜ୍ୟରେ ଆଜି ୩୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୧ ଜଣ ରହିଛନ୍ତି |