ଦେଶରେ ତଳମୁହାଁ କରୋନା ସଂକ୍ରମଣ: ଗତ ୨୪ ଘଣ୍ଟା ମଧ୍ୟରେ 11 ହଜାର 499 ନୂଆ ସଂକ୍ରମିତ ଚିହ୍ନଟ, 255 ଆକ୍ରାନ୍ତଙ୍କ ମୃତ୍ୟୁ

ତଳମୁହାଁ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା | ଦିନକୁ ଦିନ ହ୍ରାସ ପାଇବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା | ପ୍ରତିଦିନ ପୂର୍ବଦିନ ଅପେକ୍ଷା ସଂକ୍ରମଣ କମୁଥିବା ଦେଖିବାକୁ ମିଳିଛି | ଗତ ୨୪ ଘଣ୍ଟା ମଧ୍ୟରେ ଦେଶରୁ 11,499 ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି | ଗତକାଲି ଏହି ସଂଖ୍ୟା 13,166 ଥିଲା । ସଂକ୍ରମଣ କମିବା ସହ ମୃତ୍ୟୁସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଦେଶରେ ଦିନକରେ 255 ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ 23,598 ଜଣ ସୁସ୍ଥ ହୋଇଛନ୍ତି । ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

ମନ୍ତ୍ରଣାଳୟ ଅନୁଯାୟୀ, ଆଜିର ନୂତନ ସଂକ୍ରମଣକୁ ମିଶାଇ ବର୍ତ୍ତମାନ 1,21,881ଟି ସକ୍ରିୟ ମାମଲା ରହିଛି । ଆଜି ଦୈନିକ ପଜିଟିଭ ହାର 1.01% ରହିଛି । ଏଯାବତ୍ ଭାରତରେ ମୋଟ 4,22,70,482 ସଂକ୍ରମିତ ସୁସ୍ଥ ହୋଇଛନ୍ତି ଏବଂ 5,13,481 ଜଣଙ୍କ କୋରୋନାରେ ମୃତ୍ୟୁ ଘଟିଛି । ସେହିପରି ସମୁଦାୟ 1,77,17,68,379 କୋଟି ଡୋଜ୍ ଟୀକାକରଣ କରାଯାଇଛି । କେବଳ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ୨୫ ଲକ୍ଷ ଡୋଜ୍ ଟିକା ନେଇଛନ୍ତି ହିତାଧିକାରୀ ।

ଅନ୍ୟପଟେ ରାଜ୍ୟରେ ଆଜି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୬୧୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୨୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୮୬ ଜଣ ରହିଛନ୍ତି ।

Related Posts