ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁର ମାଁ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ରମେଶ ସାହୁ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ

ଭିଜିଲାନ୍ସ ଜାଲରେ ପୂର୍ବତନ ଅଧ୍ୟକ୍ଷ | ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଓ ମହାବିଦ୍ୟାଳୟରେ କୋଟିକୋଟି ଟଙ୍କା ହେରଫେର ଅଭିଯୋଗରେ କଳାହାଣ୍ଡି ଜିଲ୍ଲା ବିଶ୍ୱନାଥପୁରର ହୀରାନୀଳା କଲେଜର ପୂର୍ବତନ ଅଧ୍ୟକ୍ଷ ରମେଶ ଚନ୍ଦ୍ର ସାହୁ ଛନ୍ଦି ହୋଇଛନ୍ତି | ତାଙ୍କ ବାସଭବନ ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରହିଛି | ଭବାନୀପାଟଣାର ଭିଜିଲାନ୍ସର ସ୍ପେଶାଲ୍ ଜଜଙ୍କ ଦ୍ବାରା ଜାରି ଆଦେଶ ବଳରେ କଳାହାଣ୍ଡି ଓ ଖୋର୍ଦ୍ଧା ଜିଲ୍ଲାର ୫ଟି ସ୍ଥାନରେ ଚଢ଼ାଣ କରାଯାଉଥିବା ଜଣାଯାଇଛି।

୬ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କ ନେତୃତ୍ୱରେ ଓଡିଶା ଭିଜିଲାନ୍ସ ଦ୍ୱାରା ଏକକାଳୀନ ଚଢ଼ାଉ ଚାଲିଛି।

ଭୁବନେଶ୍ୱରର ଡୁମଡୁମା ହାଉସିଂ ବୋର୍ଡ କଲୋନି, ଆର୍ଯ୍ୟପଲ୍ଲୀରେ ପ୍ଲଟ୍ ନଂ ଏସବି-୦୭ ରେ ଥିବା ଲାଞ୍ଜିଗଡ଼ର ବିଶ୍ୱନାଥପୁରରେ ଅବସ୍ଥିତ ଆବାସିକ ଘର, ଖୋର୍ଦ୍ଧାଠାରେ ଥିବା ତାଙ୍କର କ୍ରସର୍ ୟୁନିଟ୍, କଳାହାଣ୍ଡି ଜିଲ୍ଲା ବିଷ୍ଣୁନାଥପୁର ନିକଟ ପୋଖରୀବନ୍ଧରେ ଥିବା କ୍ରସର ୟୁନିଟ୍ ଏବଂ ବିଶ୍ୱନାଥପୁର, ହୀରାନୀଳା କଲେଜରେ ଅଧ୍ୟକ୍ଷ ଶ୍ରୀ ସାହୁଙ୍କ ଅଫିସ୍ ରୁମରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି |

ସୂଚନା ଅନୁଯାୟୀ, ରମେଶ ସାହୁ ବିଶ୍ୱନାଥପୁର ସ୍ଥିତ ମାଁ ହୀରାନୀଳା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟକ୍ଷ ଭାବେ ଦାୟିତ୍ୱରେ ଥିଲେ । ଏହି ସମୟରେ ମହାବିଦ୍ୟାଳୟର କୋଟି କୋଟି ଟଙ୍କା ଚଳୁ କରିଥିବା ସହିତ ଚାକିରି କରାଇଦେବା ନାଁରେ ଲୋକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ କରିଥିବା ଅଭିଯୋଗ ହୋଇଥିଲା । ଏପରିକି ଅଭିଯୋଗ ପରେ ସେ ଫେରାର ହୋଇଯାଇଥିଲେ । ପରେ ପୁଲିସ ହାତରେ ଧରାପଡି ଜେଲ ଯାଇଥିଲେ । ସେହିଦିନ ଠାରୁ ତାଙ୍କର ପତ୍ନୀଙ୍କ ନାମରେ ଥିବା ବେନାମୀ ସମ୍ପତ୍ତି ଭିଜିଲାନ୍ସ ସ୍କାନର ରହିଥିଲା । ଫଳରେ ସୋମବାର ସକାଳ ଛଅଟାରୁ ତାଙ୍କ ଘରେ ଭିଜିଲାନ୍ସର ଏକ ସ୍ୱତନ୍ତ୍ର ଟିମ୍ ଚଢାଉ କରିଛି । ଚଢାଉ ଶେଷ ହେବା ପରେ ସମ୍ପତ୍ତି ଆକଳନ ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ଅଧିକାରୀ ପ୍ରକାଶ କରିଛନ୍ତି |

Related Posts