ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗାଡ଼ି ଧକ୍କାରେ ଜଣେ ମହିଳା ବିଜେପି କର୍ମୀଙ୍କ ମୃତ୍ୟୁ ଘଟିଥିବାର କଥା ସାମ୍ନାକୁ ଆସିଛି । ଏଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହା ଚର୍ଚ୍ଚାର ବିଷୟ ପାଲଟିଛି । ସେପଟେ ଏହାର ପ୍ରତିବାଦରେ ଲୋକେ ଚିଲିକା ବିଧାୟକ ପ୍ରଶାନ୍ତ ଜଗେଦ୍ଦେବଙ୍କ ଉପରେ ଭୟଙ୍କର ଆକ୍ରମଣ କରିଥିଲେ । ବିଧାୟକ ଜଣକ ଲହୁଲୁହାଣ ହୋଇ ପ୍ରଥମେ ବାଣପୁର ଓ ପରେ ଟାଙ୍ଗୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବାର ସୂଚନା ମିଳିଛି । ଏହି ଘଟଣାରେ ସ୍ଥାନୀୟ ପୁଲିସ ଆଇଆଇସିଙ୍କୁ ବି ଆକ୍ରମଣ ହୋଇଥିବାର ସୂଚନା ମିଳିଛି ।
ଅନ୍ୟପଟେ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଚାଲିଥିବା ବେଳେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ନିର୍ବାଚନ ମଣ୍ଡଳୀ ନିଜେ ଗାଡ଼ି ଚଳାଇ ଯାଉଥିଲେ । ତାଙ୍କ ଗାଡ଼ି ୩ ବିଜେପି କର୍ମୀଙ୍କ ଉପରେ ଚଢ଼ିଯାଇଥିଲା । ଏଥିରେ ତିନିଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏସବୁ ମଧ୍ୟରେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ଜଣେ ମହିଳା ବିଜେପି କର୍ମୀଙ୍କର ମୃତ୍ୟୁ ଘଟିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ।





