ଦେଶରେ ଖସୁଛି କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | ସଂକ୍ରମଣ ହରା ଖସୁଥିବା ବେଳେ, ଏବେ ଧୀରେ ଧୀରେ ସ୍ୱାଭାବିକ ଆଡକୁ ଗତି କରୁଛି ଦେଶର ସ୍ଥିତି | ଏବେ ଦେଶରେ ଦୈନିକ ସଂକ୍ରମଣ ସଂଖ୍ୟା ୩ ହଜାର ତଳେ ରହୁଥିବା ବେଳେ, କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୭୬ କରୋନା ଭାଇରସ୍‌ ଜନିତ ନୂତନ ସଂକ୍ରମଣ ଓ ୯୮ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୯୮,୯୩୮ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୯୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୦୭୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୮୮୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୦,୦୫୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨୮୧୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୬୦,୯୩,୧୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୦୫,୦୬,୯୭୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୫୨,୮୧୮ଟି ନମୁନା।

ଅନ୍ୟପଟେ ଆଜି ରାଜ୍ୟରୁ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୬୮୫୨ଜଣକୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।