ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ । ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲ୍ଲା ପଟୁଆଡିହିର ଏକ ସ୍କୁଲ ହଷ୍ଟେଲରେ । ତେବେ ଛାତ୍ରୀ ଜଣକ ଦଶମ ଶ୍ରେଣୀରେ ପାଠ ପଢ଼ୁଥିଲେ । ପରିବାର ଲୋକେ ଆଣିଲେ ହତ୍ୟା ଅଭିଯୋଗ ।ଅନ୍ୟପକ୍ଷରେ ଏହା ଏକ ଦୁର୍ଘଟଣା ବୋଲି କହିଛନ୍ତି ସ୍କୁଲ କର୍ତୃପକ୍ଷ । ଖବର ପାଇ ପୋଲିସ୍ ଘଟଣା ସ୍ଥଳରେ ପହଂଚି ତଦନ୍ତ ଆରମ୍ଭ କରିଛି ।
ହଷ୍ଟେଲ ୱାର୍ଡେନ ଓ ପ୍ରଧାନଶିକ୍ଷକଙ୍କୁ ପଚରାଉଚରା କରୁଛି ପୋଲିସ । ଛାତ୍ରୀ ଜଣକ ଛାତରୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ କେହି ହତ୍ୟା କରିଛି, ତାହା ସ୍ପଷ୍ଟ ହୋଇନାହିଁ । ହେଲେ ପୋଲିସର ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ଜଣାପଡ଼ିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏହାର ଚର୍ଚ୍ଚା ଜୋର ଧରିଛି ।
