ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ରାଜ୍ୟର ୩ ଜିଲ୍ଲାରୁ ୬ କରୋନା ପଜିଟିଭ ଚିହ୍ନଟ । ଗତକାଲି ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

ଆଜି ରାଜ୍ୟର ମାତ୍ର ୩ଟି ଜିଲ୍ଲାରୁ ୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୭ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୩ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।