ନୂଆଦିଲ୍ଲୀ: ଦେଶରେ ପୁଣି ବଢିବାକୁ ଲାଗିଛି କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | କରୋନା ସଂକ୍ରମଣ ହାର ଏବେ ଉପର ଓ ତଳମୁହଁ ହେବାରେ ଲାଗିଛି | ଏବେ କରୋନା ସଂକ୍ରମଣ କମିବା ପରେ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟା ବି ବଢିଛି । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ଦୁଇ ହଜାର ତଳକୁ ଖସିବା ପରେ ପୁଣି ବଢିଛି। ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାକୁ ଲାଗିଛି |

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୩୦୪୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୯୬୩୭ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୫ ଲକ୍ଷ ୬୩ ହଜାର ଜଣ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୧୦୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।