ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଅନୁଭବଙ୍କ ପୈତୃକ ଘର ଛାଡ଼ିବାକୁ ବର୍ଷାଙ୍କୁ ନିର୍ଦ୍ଦେଶ ଦେଲେ ଏସଡିଜେଏମ କୋର୍ଟ । ସେପଟେ ବର୍ଷାଙ୍କୁ ଘର ଛାଡ଼ିବାକୁ ନିର୍ଦ୍ଦେଶ ଦେବାକୁ କଟକ ଏସ୍ଡିଜେଏମ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ତା’ ସହିତ ସେ ବର୍ଷାଙ୍କ ପାଇଁ ବିକଳ୍ପ ବ୍ୟବସ୍ଥା କରିବେ ବୋଲି କହିଥିଲେ।
ଗତ ସପ୍ତାହରେ କୋର୍ଟ ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ। ଆଜି ରାୟ ପ୍ରକାଶ କରି କୋର୍ଟ ବର୍ଷାଙ୍କୁ ଘର ଛାଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହିତ ବର୍ଷାଙ୍କ ରହଣି ଲାଗି ଅନୁଭବ ମାସିକ ୩୦ ହଜାର ଟଙ୍କା ଦେବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତି ମାସର ୧୦ ତାରିଖ କିମ୍ବା ତା’ ପୂର୍ବରୁ ଏହି ଟଙ୍କା ସେ ବର୍ଷାଙ୍କୁ ଦେବେ ବୋଲି କୋର୍ଟ କହିଛନ୍ତି। ଅନୁଭବଙ୍କଠାରୁ ପ୍ରଥମ ଟଙ୍କା ପାଇବାର ୨ ମାସ ମଧ୍ୟରେ ଘର ଛାଡ଼ିବାକୁ କୋର୍ଟ ବର୍ଷାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
