ନୂଆଦିଲ୍ଲୀ: ଦେଶରେ ଦୋଳି ଖେଳୁଛି କରୋନା ର ଦୈନିକ ସଂକ୍ରମଣ । ଉପର ତଳ କରୋନା ଗ୍ରାଫ୍। ଦେଶରେ ପୁଣି ବଢିଛି ସଂକ୍ରମଣ। ଏବେ କରୋନା ସଂକ୍ରମଣ ବଢିବା ଆରମ୍ଭ କରିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୩ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।
ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୪୨୭୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୧ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସେହିପରି ୨୪୦୫୨ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୨୮ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୬୯୨ ସଂକ୍ରମିତ ପ୍ରାଣ ହରାଇଛନ୍ତି





