ଦେଶରେ ପୁଣି ଉପରମୁହାଁ କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୭୨୪୦ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ବଢ଼ିଲା କରୋନାର ଦୈନିକ ସଂକ୍ରମିତଙ୍କ ସଂଖ୍ୟା | କିଛିଦିନର ବ୍ରେକ୍ ପରେ ଏବେ କରୋନା ସଂକ୍ରମଣ ହାର ଉପରମୁହାଁ ରହିଛି | ତା ସାଙ୍ଗକୁ ମୃତ୍ୟୁ ସଂଖ୍ୟା ବି ବଢିବାକୁ ଲାଗିଛି | ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ପରେ ୭ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୭୨୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୩୨ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୩୨୪୯୮ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୨୬ ଲକ୍ଷ ୪୦ ହଜାର ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ଏତତ୍ ବ୍ୟତୀତ ୫୨୪୭୨୩ ସଂକ୍ରମିତ ପ୍ରାଣ ହରାଇଛନ୍ତି ।

Related Posts