ହିଂସାକାଣ୍ଡ ପରେ ରାଞ୍ଚିରେ ଇଣ୍ଟରନେଟ ସେବା ବନ୍ଦ; ୧୪୪ ଧାରା ଲାଗୁ

ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଝାଡ଼ଖଣ୍ଡ ରାଞ୍ଚିରେ ହୋଇଥିବା ହିଂସା ପ୍ରଦର୍ଶନ ପରେ ସହରରେ ଉତ୍ତେଜନା ଲାଗି ରହିଛି । ସେପଟେ ସ୍ଥାନୀୟ ଅଞ୍ଚଳରେ ଶାନ୍ତି ବଜାୟ ରଖିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଜୁନ ୧୨ ତାରିଖ ପର୍ଯ୍ୟନ୍ତ ଇଣ୍ଟରନେଟ ସେବା ଉପରେ ରୋକ ଲଗାଯାଇଛି । ୧୨ଟି ପୁଲିସ ଷ୍ଟେସନ ଅଞ୍ଚଳରେ ଧାରା ୧୪୪ ଲାଗୁ କରାଯାଇଛି ।

ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି । ଏହା ସହ ସହରରେ ଲାଗିଥିବା ସମସ୍ତ ଭିଡିଓ ଓ ସିସିଟିଭି ଫୁଟେଜ ଯାଞ୍ଚ କରିବା ସହ ସମସ୍ତ ଆବଶ୍ୟକ ପଦକ୍ଷେପ ନିଆଯାଇଥିବାର ଦେଖିବାକୁ ମିଳିଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ଦେଶର ରାଜନୈତିକ ମହୋଲ ବେଶ ଚଳଚଞ୍ଚଳ ହୋଇ ଉଠିଛି ।

Related Posts