ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ୨୪ ଘଣ୍ଟାରେ ଦେଶରେ ୮,୩୨୯ ଜଣ ଆକ୍ରାନ୍ତ । ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇ ୮,୩୨୯ ଅତିକ୍ରମ କରିଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୮,୩୨୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୮,୩୨୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୨,୧୩,୪୩୫ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ହୋଇଥିବା ୨୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୭୫୭ରେ ପହଞ୍ଚିଛି।
