ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ଖଲିଆପାଲି ଆଶ୍ରମ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇ ୨୪ ଛାତ୍ରଛାତ୍ରୀ ଅସୁସ୍ଥ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବରଗଡ ସଦର ବ୍ଲକ୍ ଖଲିଆପାଲି ଆଶ୍ରମ ବିଦ୍ୟାଳୟରେ । ସେପଟେ ମଙ୍ଗଳବାର ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ଖାଇ ସାରିବା ପରେ କେତେକ ଛାତ୍ରଛାତ୍ରୀଙ୍କ ପେଟରେ ଯନ୍ତ୍ରଣା ହୋଇଥିଲା ଓ ବାନ୍ତି ହୋଇଥିଲା ।
ଫଳରେ ସେମାନଙ୍କୁ ସ୍ଥାନୀୟ ଲୋକେ ତୁରନ୍ତ ବରଗଡ଼ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ତେବେ ବର୍ତ୍ତମାନ ଛାତ୍ରଛାତ୍ରୀଙ୍କ ଚିକିତ୍ସା ଚାଲିଥିବା ବେଳେ ଖଲିଆପାଲି ସ୍କୁଲରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି । ଏ ଖବର ସାମ୍ନାକୁ ଆସିବା ପରେ ସାରା ରାଜ୍ୟରେ ଏନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି ।
