ଭୁବନେଶ୍ବର: ଭିଜିଲାନ୍ସ ଜାଲରେ ଛନ୍ଦି ହେଲେ ଆଉ ଜଣେ ସରକାରି ଅଧିକାରୀ । ପଞ୍ଚାୟତ ରାଜ ବିଭାଗର ସହକାରୀ ଯନ୍ତ୍ରୀ ପ୍ରଭାତ କୁମାର ରାଉତ ଙ୍କ ଘରେ ବୁଧବାର ଭିଜିଲାନ୍ସ ଚଢାଉ କରିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଥିବା ସୂଚନା ରହିିଛି। ଏକାବେଳେ ୪ଟି ଜାଗାରେ ଚଢାଉ ଚାଲିଛି । ଚୌଦ୍ଵାର, ତ୍ରିଶୂଳକୁ, ଡମପଡା ଓ କେନ୍ଦ୍ରାପଡାସ୍ଥିତ ପୈତୃକ ଘରେ ଯାଞ୍ଚ କରୁଛି ଭିଜିଲାନ୍ସ ଟିମ୍। ପ୍ରଭାତ କୁମାର ରାଉତ ସଂପ୍ରତି ଡମପଡା ବ୍ଲକରେ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଅଛନ୍ତି ।
ଏହି ଚଢାଉରେ ୪ ଜଣ ଡିଏସ୍ପି, ୧୦ ଜଣ ଇନସ୍ପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ ଅଛନ୍ତି ।କଟକ ଭିଜିଲାନ୍ସ ସ୍ବତନ୍ତ୍ର ଜଜ୍ଙ୍କ ୱାରେଣ୍ଟ ବଳରେ ଚଢାଉ ଜାରି ରହିଛି ।





