ପୁରୀ : ଆଜି ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି, ଏନେଇ ଆଜି ଅନୁଷ୍ଠିତ ହେବ ମହାପ୍ରଭୁଙ୍କ ବନକଲାଗି ନୀତି । ଆଡ଼ପ ମଣ୍ଡପରେ ଶ୍ରୀଜୀଉଙ୍କ ‘ବନକଲାଗି’ ନୀତି ଅନୁଷ୍ଠିତ ହେବ।

ମହାପ୍ରଭୁଙ୍କ ଏହି ସ୍ବତନ୍ତ୍ର ନୀତି ପାଇଁ ଦ୍ୱିତୀୟ ଭୋଗମଣ୍ଡପ ପରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ।

ତେବେ ନୀତି ନିର୍ଘଣ୍ଟ ଅନୁସାରେ, ସନ୍ଧ୍ୟା ୬ଟାରେ ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବ। ଯଦି ଏପରି ହୁଏ ତେବେ ୭ଟାରୁ ରାତି ୧୧ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବାର ଅନୁମାନ କରାଯାଉଛି। ତେବେ ଆଜି ନୀତିକାନ୍ତି ଉପରେ ଏହି ଦର୍ଶନ ବନ୍ଦ ସମୟ ନିର୍ଭର କରିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।