ରାଜ୍ୟରେ ସକ୍ରିୟ ମୌସୁମୀ: ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଲାଗି ରହିଛି ଲଘୁଚାପ ଜନିତ ବର୍ଷା | ଏହାର ପ୍ରଭାବରେ ଉପକୂଳ ଓଡ଼ିଶାଠାରୁ ଆରମ୍ଭ କରି ଉତ୍ତର, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ବର୍ଷା ଜାରି ରହିଛି | ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାର ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ପଶ୍ଚିମ ଓଡ଼ିଶାର ୬ଟି ଜିଲ୍ଲା ଓ ଦକ୍ଷିଣ ଓଡ଼ିଶାର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ପଶ୍ଚିମ ଓଡ଼ିଶାର ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା ଓ କଳାହାଣ୍ଡି । ସେହିପରି ଦକ୍ଷିଣ ଓଡ଼ିଶାର ୬ ଜିଲ୍ଲା ହେଲା ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି |

Related Posts