୨୪ ଘଣ୍ଟାରେ ୬ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳ ୧.୫ କିମି ଉଚ୍ଚରେ ମୌସୁମୀ ନିମ୍ନ ଚାପରେଖା ପର୍ୟ୍ୟନ୍ତ ଲମ୍ବିଛି । ଏଥିସହିତ ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା, ଉତ୍ତର ଆନ୍ଧ୍ରପ୍ରଦେଶ ମଧ୍ୟରେ ବାୟୁମଣ୍ଡଳର ୭.୬ କିମି ଉଚ୍ଚରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।

ସେହିପରି ଆଗାମୀ ୨୪ ଘଣ୍ଟାରେ ୬ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅାଗାମୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡା, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ବର୍ଷା ହୋଇପାରେ। ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ମାଲକାନଗିରି ଏବଂ କନ୍ଧମାଳ ଜିଲାର କେତେକ ଅଞ୍ଚଳରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ନବରଙ୍ଗପୁର, ବଲାଙ୍ଗୀର, ରାୟଗଡା, ନୟାଗଡ, ସୁବର୍ଣ୍ଣପୁର ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲାଗୁଡିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

Related Posts