ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଲଘୁଚାପ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା । ତେବେ ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ୬ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ସେଗୁଡିକ ହେଲା ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି । ସେହିପରି ୯ ଜିଲ୍ଲା ଅର୍ଥାତ୍ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି ।ତେବେ କାଲିଠୁ ବର୍ଷାର ପରିମାଣ କମିବ ବୋଲି ସୂଚନା ମିଳିଛି ।


ସୂଚନା ଅନୁସାରେ ଜୁନ ୧ରୁ ୧୭ ଜୁଲାଇ ମଧ୍ୟରେ ରାଜ୍ୟରେ ୪୧୨ମିମି ବର୍ଷା ହୋଇଛି। ଏହି ସମୟରେ ସ୍ୱାଭାବିକ ବର୍ଷା ପରିମାଣ ୩୮୨. ୮ମିମି। ସ୍ୱାଭାବିକ ଠାରୁ ଏହା ୮ପ୍ରତିଶତ ଅଧିକ।