ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ଼। ନାମାଙ୍କନ ଦାଖଲ ପରେ ଧନଖଡ଼ କହିଛନ୍ତି ” ମୁଁ କେବେ ସ୍ୱପ୍ନରେ ମଧ୍ୟ ଭାବିନଥିଲି ମୋ ପରି ସାଧାରଣ ଚାଷୀ ପରିବାରରୁ ଆସିଥିବା ବ୍ୟକ୍ତିକୁ ଏପରି ସୁଯୋଗ ମିଳିବ।” ମତେ ଏପରି ଏକ ଐତିହାସିକ ସୁଯୋଗ ଦେଇଥିବାରୁ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ସମସ୍ତ ନେତୃବୃନ୍ଦ ଙ୍କ ନିକଟରେ କୃତଜ୍ଞ ବୋଲି କହିଛନ୍ତି ଜଗଦୀପ ଧନଖଡ଼।
ସୂଚନା ଅନୁସାରେ ଆଜି ଜଗଦୀପ ଧନଖଡ଼ ଆଜି ଉପରାଷ୍ଟ୍ରପତି ପଦ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସେ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଙ୍କ ସମେତ ଅମିତ ଶାହା, ରାଜନାଥ ସିଂହ, ନୀତିନ ଗଡ଼କରିଙ୍କ ସମେତ ବିଜେପିର ବହୁ ନେତା ଉପସ୍ଥିତ ଥିବା ଦେଖିବାକୁ ମିଳିଥିଲା ।ଜୁଲାଇ ୧୬ରେ ଏନଡିଏ ପକ୍ଷରୁ ଉପ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଜଗଦୀପ ଧନଖଡ଼ଙ୍କ ନାମ ଘୋଷଣା କରାଯାଇଥିଲା । ତାଙ୍କ ପ୍ରାର୍ଥୀତ୍ବ ସମ୍ପର୍କରେ ବିଜେପିର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଥିଲେ ।
