ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଆଜି ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଦେଖିବାକୁ ମିଳିଛି। ଫଳରେ ଗୃହକୁ ଦିନ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି। ସାମ୍ବାଦିକଙ୍କୁ ପ୍ରେସ ଗ୍ୟାଲେରୀରେ ଛାଡିବାକୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ଏହାକୁ ନେଇ ବିରୋଧୀ ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜୀ କରିଛନ୍ତି। ବାଚସ୍ପତିଙ୍କ ବାରମ୍ବାର ଅନୁରୋଧ ସତ୍ତ୍ୱେ ବିରୋଧୀ ମାନେ ନଶୁଣି ନାରାବାଜି ଓ ବିରୋଧ ପ୍ରଦର୍ଶନ କରିବାରୁ ଗୃହକୁ ମୁଲତବି ରଖାଯାଇଛି। ତେବେ ଗୃହର ସୁପରିଚାଳନା ପାଇଁ ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖ ଏକ ସର୍ବଦଳୀୟ ବୈଠକ ଡାକିଛନ୍ତି।
