ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନ ଖାରଜ

କଟକ: ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନ ଖାରଜ ହୋଇଛି । ମାନ୍ୟବର ହାଇକୋର୍ଟ ତାଙ୍କ ଜାମିନ ଆବେଦନ କୁ ଖାରଜ କରିଛନ୍ତି ।

୨୦୧୮ ମସିହାରେ କ୍ରାଇମବ୍ରାଞ୍ଚ ଦ୍ବାରା ଗିରଫ ହୋଇଥିଲା ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେର । ୨୦୧୮, ଫେବୃଆରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରିମା ପାର୍ସଲ ଖୋଲୁଥିବାବେଳେ ବିସ୍ପୋରଣ ଘଟିଥିଲା ।
ଏଥିରେ ସୌମ୍ୟଶେଖର, ତାଙ୍କ ଜେଜେମାଙ୍କର ମୃତ୍ୟୁ ହୋଇଥିଲା ଓ ପତ୍ନୀ ରୀମା ଗୁରୁତର ଆହତ ହୋଇଥିଲେ । ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ମାମଲା ରୁଜୁ କରିଥିଲା । ଏହାପରେ ମାର୍ଚ୍ଚ ୨୩ରେ କ୍ରାଇମବ୍ରାଞ୍ଚର ଏସଆଇଟିକୁ ମାମଲା ହସ୍ତାନ୍ତର କରାଯାଇଥିଲା ।

ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ଭଈଁସା କଲେଜର ଇଂରାଜୀ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ଏହି ଘଟଣା ସମଗ୍ର ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଥିଲା ।

Related Posts