ନୂଆଦିଲ୍ଲୀ: ଦେଶରେ ଉପର ମୁହାଁ ରହିଛି କରୋନା ଗ୍ରାଫ୍। ଦୈନିକ ସଂକ୍ରମଣ ଦିନକୁ ଦିନ ବଢିବାକୁ ଲାଗିଛି । ମୃତ୍ୟୁସଂଖ୍ୟାରେ ବି ଲାଗୁନି ବ୍ରେକ୍ । ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ଓ ପରେ ୧୦ ହଜାର ତଳକୁ ଖସିବା ପରେ ପୁଣି ବଢିଛି ।

ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୦୦୦ରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୨୧୪୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏବେସୁଦ୍ଧା ଦେଶରେ ପ୍ରାୟ ୪ କୋଟି ୪୦ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିପରି ୧୫୦୧୦୦ ସକ୍ରିୟ ମାମଲା ରହିଛି ଏବଂ ପ୍ରାୟ ୪ କୋଟି ୩୧ ଲକ୍ଷ ୯୨ ହଜାର ୩୭୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିଛନ୍ତି । ୫୨୫୯୯୭ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।