ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଜ୍ୟରେ ମୋଟ୍ ୧୩୧ଟି ଶୀତଳ ଭଣ୍ଡାର ରହିଛି । ସେଥି ମଧ୍ୟରୁ ବର୍ତ୍ତମାନ ୯୮ଟି ଅଚଳ ହୋଇ ପଡିଥିବା ବେଳେ ମାତ୍ର ୩୩ଟି ସଚଳ ରହିଛି । ରାଜ୍ୟ ସରକାର ଶୀତଳ ଭଣ୍ଡାର ଉପରେ ଗୁରୁତ୍ବ ଦେଉଛନ୍ତି । ପୂର୍ବ ଭଳି ରାଜ୍ୟରେ ଆଉ ବଡ଼ ବଡ଼ ଶୀତଳ ଭଣ୍ଡାର କରାଯିବ ନାହିଁ ।ବରଂ ଯେଉଁଠି ଅମଳ ହେଉଛି ସେହି ସ୍ଥାନରେ ଛୋଟ ଛୋଟ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ସରକାର ଯୋଜନା କରୁଛନ୍ତି ।ଉଦ୍ୟାନ କୃଷି ଜରିଆରେ ରାଜ୍ୟର ଅମଳ ବୃଦ୍ଧି ପାଇଛି । ୨୦୧୫ ରୁ ୨୦୨୨ ମଧ୍ୟରେ ଫଳମୂଳ ଉତ୍ପାଦନ ୧୭ ପ୍ରତିଶତ ବୃଦ୍ଧି ପାଇଥିବା ବେଳେ ପନିପରିବା ଉତ୍ପାଦନ ୯.୪ ପ୍ରତିଶତ ବୃଦ୍ଧି ପାଇଛି । ବିଧାନସଭାର ପ୍ରଶ୍ନକାଳରେ ଉତ୍ତର ରଖି ଏହି ତଥ୍ୟ ଦେଇଛନ୍ତି କୃଷି ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉତ୍ତର ରଖିଛନ୍ତି ।
