ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): କଂଗ୍ରେସର ଅନ୍ତରୀଣ ଅଧକ୍ଷା ସୋନିଆ ଗାନ୍ଧି ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ରାଷ୍ଟ୍ରପତିଙ୍କ ସହ ସୋନିଆଙ୍କ ଏହି ସାକ୍ଷାତ ଆଲୋଚନାକୁ କଂଗ୍ରେସ ଏକ ସୌଜନ୍ୟମୂଳକ ଏବଂ ଔପଚାରିକ ସାକ୍ଷାତ ଆଲୋଚନା ବୋଲି କହିଛି। ତେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ପ୍ରତି କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀଙ୍କ ବିବାଦୀୟ ଟିପଣୀ ଓ ଏହାକୁ ନେଇ ରାଜନୈତିକ ଆରୋପ ଓ ପ୍ରତ୍ୟାରୋପ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧି ରାଷ୍ଟ୍ରପତିଙ୍କୁ ଭେଟିଛନ୍ତି।
ଉଲ୍ଲେଖଯୋଗ୍ୟ ଯେ, ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଜୁଲାଇ ୨୫ ତାରିଖ ଦିନ ଦେଶର ୧୫ତମ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିଥିଲେ। ଦେଶର ଶୀର୍ଷ ସାମ୍ବିଧାନିକ ପଦରେ ଅଧିଷ୍ଠିତ ହେବାରେ ମୁର୍ମୁ ସର୍ବ କନିଷ୍ଠ ତଥା ପ୍ରଥମ ଆଦିବାସୀ ଓ ମହିଳା। ସେ ଏପରି ଜଣେ ରାଷ୍ଟ୍ରପତି ଯିଏ ଦେଶ ସ୍ୱାଧୀନ ହେବା ପରେ ଜନ୍ମ ହୋଇଛନ୍ତି। ତେବେ ରାଷ୍ଟ୍ରପତି ଭାବେ ଦାୟିତ୍ବ ନେବା ପରେ ସୋନିଆ ଓ ରାଷ୍ଟ୍ରପତି ମୁର୍ମୁଙ୍କ ମଧ୍ୟରେ ଏହା ପ୍ରଥମ ସାକ୍ଷାତକାର।
