ନୂଆଦିଲ୍ଲୀ: ଦେଶରେ ଜାରୀ ରହିଛି ମହଙ୍ଗା ମାଡ । ଅନେକ ସାମଗ୍ରୀର ଦର ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ସେପ୍ଟେମ୍ବର ୧ରୁ ଗ୍ୟାସ୍ ସିଲିଣ୍ଡରର ଦାମ୍ ହ୍ରାସ ପାଇଛି ।
ଏଲପିଜି ସିଲିଣ୍ଡରର ଦାମ୍ ୧୦୦ ଟଙ୍କା ଯାଏଁ କମିଛି । ତେବେ କେବେଳ ବାଣିଜ୍ୟିକ ସିଲିଣ୍ଡରର ଦାମ୍ ହ୍ରାସ ହୋଇଛି । କିନ୍ତୁ ୧୪.୨ କେଜିର ଘରୋଇ ସିଲିଣ୍ଡର ପୂର୍ବ ଦାମରେ ମିଳିବ ।
ସେପ୍ଟେମ୍ବର ୧ରୁ ଦିଲ୍ଲୀରେ ଇଣ୍ଡେନ୍ ଗ୍ୟାସର ୧୯ କେଜି ବିଶିଷ୍ଟ ସିଲିଣ୍ଡରର ଦାମ୍ ୯୧.୫୦ ଟଙ୍କା ଶସ୍ତା ହୋଇଛି । ସେହିପରି କୋଲକାତାରେ ୧୦୦ ଟଙ୍କା, ମୁମ୍ବାଇରେ ୯୨.୫୦, ଚେନ୍ନାଇରେ ୯୬ ଟଙ୍କା ଶସ୍ତା ହୋଇଛି । ଏହି ଲାଭ ଦେଶର ପ୍ରାୟ ସବୁଠି ଗ୍ରାହକଙ୍କୁ ମିଳିବ ।
କେଉଁଠି କେତେ ଦାମ୍
ଦିଲ୍ଲୀରେ ଆଜିଠୁ ୧୯ କେଜି ବିଶିଷ୍ଟ ସିଲିଣ୍ଡରର ଦାମ୍ ୧୯୭୬.୫୦ ଟଙ୍କା ବଦଳରେ ୧୮୮୫ ଟଙ୍କା, କୋଲକାତାରେ ୧୯୯୫.୫୦ ଟଙ୍କା, ମୁମ୍ବାଇରେ ୧୮୪୪ ଟଙ୍କା ହୋଇଯାଇଛି ।
ସୂଚନାଯୋଗ୍ୟ, ଘରୋଇ ସିଲିଣ୍ଡରର ଦାମ୍ ଜୁଲାଇ ୬ରୁ ବଦଳି ନାହିଁ । ଅର୍ଥାତ ଆଜି ବି ସିଲିଣ୍ଡର ସେହି ଦାମରେ ମିଳିବ । ଦିଲ୍ଲୀରେ ୧୦୫୩ ଟଙ୍କା, କୋଲକାତାରେ ୧୦୭୯ ଓ ମୁମ୍ବାଇରେ ୧୦୫୨ ଟଙ୍କାରେ ମିଳୁଛି ।
