କଟକ : କଟକରୁ ଜବତ ହୋଇଛି ନକଲି ମେଡିସିନ । ଏହି ଘଟଣାରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିଛି କଟକ ଜିଲ୍ଲା ଡ୍ରଗିଷ୍ଟ ଆଣ୍ଡ କେମିଷ୍ଟ ସଂଘ। ନକଲି ମେଡିସିନ ବିକୁଥିବା ଦୁଇ ହୋଲସେଲରଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ଗ୍ରହଣ ହୋଇଚି । ଉଭୟ ବ୍ୟବସାୟୀଙ୍କର ସଦସ୍ୟତା ମଧ୍ୟ ରଦ୍ଧ କଲା ସଂଘ। ଏଥିସହ ଏଭଳି ବ୍ୟବସାୟୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛି ସଂଘ। କଟକ ଜିଲ୍ଲା ସଂଘ ସଭାପତି ଭାଗବତ ସାହୁଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, କିଛି ଦିନ ତଳେ କଟକର ବିଭିନ୍ନ ସ୍ଥାନରେ ନକଲି ମେଡିସିନ୍‌ କାରବାର ନେଇ ସୂଚନା ପାଇଥିଲା ଡ୍ରଗ କଂଟ୍ରୋଲର ଟିମ । ଏହାପରେ ଉକ୍ତ ସ୍ଥାନମାନଙ୍କରେ ଚଢାଉ କରିଥିଲେ । ଏହି ଚଢାଉରେ ବିପୁଳ ପରିମାଣର ନକଲି ମେଡିସିନ ଜବତ ମଧ୍ୟ ହୋଇଥିଲା । ଏକ ନାମୀ କମ୍ପାନୀର ଔଷଧକୁ ନକଲି ବିକ୍ରି କରୁଥିଲେ । ଆଉ ଏବେ ଦୁଇ ହୋଲସେଲରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇଛି କଟକ ଜିଲ୍ଲା ଡ୍ରଗିଷ୍ଟ ଆଣ୍ଡ କେମିଷ୍ଟ ସଂଘ । ଏହାସହିତ ଉଭୟ ବ୍ୟବସାୟୀଙ୍କର ସଦସ୍ୟତା ମଧ୍ୟ ରଦ୍ଧ କରିଛି ସଂଘ ।