ବୌଦ୍ଧ: ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଘଟଣ ଘଟିଛି । ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଡାକ୍ତରଖାନାର ଔଷଧ ବିଭାଗରେ ଅଗ୍ନିକାଣ୍ଡ ଘଟିଛି । ଫଳରେ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଔଷଧ ଜଳିପୋଡି ପାଉଁଶ ହୋଇଯାଇଛି । ଅଗ୍ନିଶମ ବିଭାଗର କର୍ମଚାରୀ ଡାକ୍ତରଖାନାରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।
ଅଗ୍ନିକାଣ୍ଡ ପାଇଁ ଭୟରେ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟମାନେ ଓ୍ବାର୍ଡରୁ ବାହାରକୁ ବାହାରି ଯାଇଥିଲେ ।
ଆଜି ସକାଳେ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଔଷଧ ବିଭାଗରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ ଯୋଗୁଁ ଲକ୍ଷ ଲକ୍ଷ ଟଙ୍କାର ଔଷଧ ପୋଡି ଯାଇଛି । ସାଧାରଣ ରୋଗୀ ଓ ରୋଗୀଙ୍କ ସମ୍ପର୍କୀୟମାନେ ଆତଙ୍କିତ ହୋଇ ଡାକ୍ତରଖାନା ବାହାରକୁ ଚାଲିଆସି ଥିଲେ । ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।ତେବେ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନଥିବାବେଳେ କୌଣସି ଦୁର୍ବୃତ୍ତ ଔଷଧ କୋଠରୀରେ ନିଆଁ ଲଗାଇଦେଇଥିବା ଅଗ୍ନିଶମ ଅଧିକାରୀ ଆଶଙ୍କା କରିଛନ୍ତି । ତେବେ ଚିକିତ୍ସାଳୟରେ ସୁରକ୍ଷା ବ୍ୟବସ୍ଥାରେ ଅବହେଳା ଯୋଗୁଁ ଏଭଳି ଅଘଟଣ ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଛି ।
