ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଅକ୍ଟୋବରରେ ପୁଣି ଆସିବ କି ବାତ୍ୟା ? ଓଡ଼ିଶା ଉପକୂଳରେ କରିବ କି ଲ୍ୟାଣ୍ଡଫଲ୍ ? ବିଭିନ୍ନ ବିଦେଶୀ ପାଣିପାଗ ସଂସ୍ଥାର ଆକଳନ ଅନୁସାରେ, ଅକ୍ଟୋବର ତୃତୀୟ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତ ଓ ପରେ ବାତ୍ୟାର ରୂପ ନେବ । ତେବେ ଏନେଇ ଏଯାବତ ଭାରତୀୟ ପାଣିପାଗ ବିଭାଗ କୌଣସି ପୂର୍ବାନୁମାନ କରି ନାହିଁ ।

ତେବେ ବିଦେଶୀ ପାଣିପାଗ ସଂସ୍ଥାର ଆକଳନ ଲୋକଙ୍କୁ ବିବ୍ରତ କରୁଛି । ଏହାକୁ ନେଇ ଚିନ୍ତାବ୍ୟକ୍ତ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ପାଣିପାଗ ସମ୍ଭନ୍ଧରେ ୭ ଦିନ ଆଗରୁ ଆକଳନ କରିବା ବିଜ୍ଞାନ ସମ୍ମତ ନୁହେଁ । ପାଣିପାଗ ସହ ଜଡ଼ିତ ସଠିକ୍ ସୂଚନା ଦେବା ପାଇଁ ଆମେ ୨୪ଘଣ୍ଟା କାର୍ଯ୍ୟରତ । ଗୁଜବ ଠାରୁ ଦୂରେଇ ରହିବାକୁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।