ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଶାଶୁଘର ଚାବି ଫେରାଇଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। କଟକ ଏସ୍‌ଡିଜେଏମ୍‌ କୋର୍ଟରେ ସେ ଆଜି ଚାବି ଦାଖଲ କରିଛନ୍ତି। ଅନ୍ୟପକ୍ଷରେ ପରିବାର ଅଦାଲତରେ ମଧ୍ୟ ଆଜି ବର୍ଷାଙ୍କ ସାକ୍ଷ୍ୟଗ୍ରହଣ ହୋଇଛି।

ତେବେ ନଭେମ୍ୱର ୨ ତାରିଖ ସୁଦ୍ଧା ଅନୁଭବଙ୍କ ଘରର ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ଚାବି ଅନୁଭବ କିମ୍ବା ତାଙ୍କ ଓକିଲଙ୍କୁ ପ୍ରଦାନ କରିବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଯଦି ଅନୁଭବ ଏହି ଚାବିକୁ ଗ୍ରହଣ ନ କରନ୍ତି, ତାହେଲେ ବର୍ଷା କୋର୍ଟରେ ଜମା କରିବାକୁ ଏସ୍‌ଡିଜେଏମ୍ କୋର୍ଟ ନିର୍ଦ୍ଦେଶ ଦେଇଥିଲେ। କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଆଜି ବର୍ଷା ଚାବି କୋର୍ଟରେ ଚାବି ଫେରାଇଛନ୍ତି।

ତେବେ କୋର୍ଟଙ୍କ ପୂର୍ବ ଆଦେଶ ପରେ ବର୍ଷା ଶାଶୁଘର ଛାଡିଥିଲେ ହେଲେ ସେ ସମୟରେ ବର୍ଷା ଶାଶୁଘର ଚାବି ଫେରାଇନଥିଲେ। ଯାହା ବିରୋଧରେ ଅନୁଭବ କୋର୍ଟକୁ ଯାଇଥିଲେ। ବର୍ଷାଙ୍କ ବିରୋଧରେ ମାମଲା ରୁଜୁ କରିଥିଲେ। ଉଭୟ ପକ୍ଷଙ୍କୁ ଶୁଣିବା ପରେ ଚାବି ଫେରାଇବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।