ପଦ୍ମପୁର ଉପନିର୍ବାଚନ; ବିଜେପି ଜାରି କଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ପଦ୍ମପୁର ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି ଭାରତୀୟ ଜନତା ପାର୍ଟି । ଦଳପକ୍ଷରୁ ଜାରି କରାଯାଇଥିବା ଏହି ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାରେ ୪ ଜଣ କେନ୍ଦ୍ରମନ୍ତ୍ରୀ ଥିବାବେଳେ, ନୂଆ କରି ବିଧାୟକ ହୋଇଥିବା ସୁରଜ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ସ୍ଥାନ ଦିଆଯାଇଛି । ତେବେ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ଏହି ନେତାମାନେ ପଦ୍ମପୁରରେ ଭୋଟ୍ ମାଗିବେ ।

ଷ୍ଟାର ପ୍ରଚାରକ ତାଲିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଅର୍ଜୁନ ମୁଣ୍ଡା ଏବଂ ବିଶେଶ୍ୱର ଟୁଡୁ ରହିଛନ୍ତି । ତାଙ୍କ ସହିତ ବିରୋଧୀ ବିଧାୟକ ଦଳ ନେତା ଜୟ ନାରାୟଣ ମିଶ୍ର, ବୈଜୟନ୍ତ ପଣ୍ଡା, ସୁନୀଲ ବଂଶଲ, ଡି ପୁରନ୍ଦେଶ୍ୱରୀ, ବିଜୟ ପାଲ ସିଂ ତୋମାର ପ୍ରମୁଖ ରହିଛନ୍ତି । ଏହାସହ ସାଂସଦ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ, ରାଜ୍ୟ ସଭାପତି ସମୀର ମହାନ୍ତି, ବରଗଡ଼ ସାଂସଦ ସୁରେଶ ପୂଜାରୀ, କଳାହାଣ୍ଡି ବସନ୍ତ ପଣ୍ଡା, ମନମୋହନ ସାମଲ, କେଭି ସିଂହ ଦେଓ, ଗିରିଧର ଗମାଙ୍ଗୋ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ମଧ୍ୟ ଏହି ଷ୍ଟାର ପ୍ରଚାରକ ତାଲିକାରେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ପଦ୍ମପୁର ଉପ ନିର୍ବାଚନ ପାଇଁ ବିଜେପି ପୂର୍ବତନ ବିଧାୟକ ପ୍ରଦୀପ ପୁରୋହିତଙ୍କୁ ପ୍ରାର୍ଥୀ କରିଛି। ଆସନ୍ତା ୫ ତାରିଖରେ ପଦ୍ମପୁରରେ ଭୋଟ୍ ପଡିବାକୁ ଥିବାବେଳେ, ୮ ତାରିଖରେ ଫଳାଫଳ ଘୋଷଣା ହେବ।

Related Posts