ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ପଦ୍ମପୁର ଉପନିର୍ବାଚନର ଆଜି ସକାଳୁ ଭୋଟ୍‌ ଗଣତି ଚାଲିଛି। ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବା ବେଳେ ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଭଳି ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ମଧ୍ୟ ବିଜେଡି ଆଗରେ ରହିଛି। ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପି ପ୍ରାର୍ଥୀ ପ୍ରଦୀପ ପରୋହିତଙ୍କଠାରୁ ୩୦୭୦ ଖଣ୍ଡ ଭୋଟରେ ଆଗୁଆ ଅଛନ୍ତି।

ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡିକୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିଲା। ବିଜେପିକୁ ୩୭୮୯ ଓ କଂଗ୍ରେସକୁ ୨୦୬ ଖଣ୍ଡ ଭୋଟ୍ ମିଳିଥିଲା। ସେହିପରି ଦ୍ଵିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୧୦୫୯୮ ଖଣ୍ଡ ଭୋଟ ମିଳିଥିବାବେଳେ ବିଜେପିକୁ ୬୯୭୯ ଖଣ୍ଡ ଭୋଟ ମିଳିଛି । ସହିଭଳି କଂଗ୍ରେସକୁ ଏପର୍ଯ୍ୟନ୍ତ ୩୬୬ ଖଣ୍ଡ ଭୋଟ ମିଳିଛି ।

ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ରେକର୍ଡ ୮୧.୨୯ ପ୍ରତିଶତ ମତଦାନ ହୋଇଥିଲା। ବିଜେଡିରୁ ବର୍ଷା ସିଂ ବରିହା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ପ୍ରାର୍ଥୀ ହୋଇଛନ୍ତି।