ଭୁବନେଶ୍ୱର : ଆଜି ଆସିବ ପଦ୍ମପୁର ଉପନିର୍ବାଚନ ରେଜଲ୍ଟ । ସକାଳ ୮ଟାରୁ ଆରମ୍ଭ ହୋଇଯାଇଛି ଭୋଟ ଗଣତି । ପ୍ରଥମ, ଦ୍ୱିତୀୟ, ତୃତୀୟ, ଚତୁର୍ଥ, ପଞ୍ଚମ, ଷଷ୍ଠ ରାଉଣ୍ଡ ଗଣତି ଶେଷ ହୋଇଥିବା ବେଳେ, ଏହାରି ମଧ୍ୟରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ଆଗୁଆ ରହିଛନ୍ତି ।

ତେବେ ୬ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ୩୧୮୮୬ ଖଣ୍ଡ ଭୋଟ ପାଇଥିବା ବେଳେ ବିଜେପି ପ୍ରାର୍ଥୀ ୨୧୧୮୨ ଖଣ୍ଡ ଭୋଟ ପାଇଛନ୍ତି । ସେହିପରି କଂଗ୍ରସ ପ୍ରାର୍ଥୀ ୯୭୦ ଖଣ୍ଡ ଭୋଟ ପାଇଥିବା ବେଳେ ଅନ୍ୟାନ୍ୟ ୧୨୭୨ ଖଣ୍ଡ ଭୋଟ ପାଇଛନ୍ତି ।

୧ମ ରାଉଣ୍ଡ :

ବିଜେଡି–୫୫୦୧

କଂଗ୍ରେସ–୨୦୬

ବିଜେପି–୩୭୮୯

ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୧୭୧୨ ଖଣ୍ଡ ଭୋଟରେ ଆଗୁଆ

୨ୟ ରାଉଣ୍ଡ :

ବିଜେଡି– ୫୦୯୭

କଂଗ୍ରେସ–୧୬୦

ବିଜେପି–୩୧୯୦

୨ୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୩୬୧୯ ଖଣ୍ଡ ଭୋଟରେ ଆଗୁଆ

୩ୟ ରାଉଣ୍ଡ :

ବିଜେଡି– ୫୩୧୮

କଂଗ୍ରେସ–୧୦୮

ବିଜେପି–୩୧୭୧

ତୃତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୫୭୬୬ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୪ର୍ଥ ରାଉଣ୍ଡ :

ବିଜେଡି– ୫୯୨୧

କଂଗ୍ରେସ–୧୪୨

ବିଜେପି–୩୫୦୯

ଚତୁର୍ଥ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୮୧୭୮ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୫ମ ରାଉଣ୍ଡ :

ବିଜେଡି– ୪୩୬୧

କଂଗ୍ରେସ–୨୨୯

ବିଜେପି–୪୧୫୭

ପଞ୍ଚମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୮୩୮୨ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

୬ଷଷ୍ଠ ରାଉଣ୍ଡ :

ବିଜେଡି– ୫୬୮୮

କଂଗ୍ରେସ–୧୨୫

ବିଜେପି–୩୩୬୬

ଷଷ୍ଠ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂହ ବରିହା ୧୦୭୦୪ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ବିଜେଡି ପ୍ରାର୍ଥୀ ବର୍ଷାରାଣୀ ସିଂ ବରିହା , ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତ, କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁଙ୍କ ସମେତ ୧୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ । ମୋଟ ୧୪ଟି ଟେବୁଲ୍‌ରେ ୨୩ ରାଉଣ୍ଡ ଗଣନା ପରେ ଫଳାଫଳ ଘୋଷଣା କରାଯିବ