ଭୁବନେଶ୍ୱର,୨୧/୨(ସତ୍ୟପାଠ ବ୍ୟୁରୋ): ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେଶନ। ଅଧିବେଶନ ଆରମ୍ଭରେ ଗୃହରେ ଅଭିଭାଷଣ ରଖୁଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ସେପଟେ ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀଙ୍କ ହଟ୍ଟଗୋଳ । ନବ ଦାସଙ୍କ ହତ୍ୟାକାଣ୍ଡ ଓ ରାଜ୍ୟର ଆଇନ ଶୃଙ୍ଖଳା ପ୍ରସଙ୍ଗ ଉଠାଇ ଗୃହରେ ନାରାବାଜି କରିଛି କଂଗ୍ରେସ। ଗୃହର ମଧ୍ୟଭାଗକୁ ଆସି ନାରାବାଜି କଲେ ଉଭୟ କଂଗ୍ରେସ ଓ ବିଜେପି ସଦସ୍ୟ । ରାଜ୍ୟପାଳଙ୍କ ଅଭିଭାଷଣ ଜାରି ରହିଥିବା ବେଳେ ବିରୋଧୀ ବିଜେପି ବିଧାୟକ କକ୍ଷତ୍ୟାଗ କରିଥିବା ବେଳେ ବାଚସ୍ପତିଙ୍କ ପୋଡିୟମ ତଳେ ଧାରଣା ଦେଇଛନ୍ତି କଂଗ୍ରେସ ବିଧାୟକ। ବିରୋଧୀ ବିଜେପି କକ୍ଷତ୍ୟାଗ କରିବା ପରେ ବିଧାନସଭାର ପ୍ରବେଶ ପଥରେ ଧାରଣା ଦେଇଛନ୍ତି।
