ଭୁବନେଶ୍ଵର,୧୦/୩(ସତ୍ୟପାଠ ବ୍ୟୁରୋ): ଆଜିଠୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ। ତେବେ ଆଜି ଅଧିବେଶନ ଆରମ୍ଭରୁ ପୁଣି ଗୃହରେ ଉଠିଛି ନବ ଦାସ ହତ୍ୟାକାଣ୍ଡ ପ୍ରସଙ୍ଗ। ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀ ବିଜେପି ଓ କଂଗ୍ରେସ ସଦସ୍ୟମାନେ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ ପ୍ରସଙ୍ଗ ନେଇ ଆଲୋଚନା କରିବାକୁ ଦାବି କରିଥିଲେ, ହେଲେ ସେଥିଲାଗି ବାଚସ୍ପତି ଅନୁମତି ଦେଇ ନ ଥିଲେ। ଏହାପରେ ଗୃହ ମଧ୍ୟକୁ ଆସି ଉଭୟ ବିରୋଧୀ ଦଳର ସଦସ୍ୟମାନେ ନାରାବାଜି ସହ ହୋହଲ୍ଲା କରିଥିଲେ। ଏହାସହିତ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଥିଲେ।
ତେବେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ବାଧ୍ୟ ହୋଇ ବାଚସ୍ପତି ବିକ୍ରମ କେଶରୀ ଆରୁଖ ପୂର୍ବାହ୍ନ ୧୧.୩୦ ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଛନ୍ତି ।





