ରତ୍ନଭଣ୍ଡାର ଚାବି ହଜିବା ଘଟଣା; ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ନୋଟିସ

ଭୁବନେଶ୍ୱର,୨୫/୪(ସତ୍ୟପାଠ ବ୍ୟୁରୋ): ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ରାଜ୍ୟ ସରକାରଙ୍କୁ ଜବାବ ତଲବ କରିଛନ୍ତି କହିକୋର୍ଟ । ଚାବି ହଜିବା ପ୍ରସଙ୍ଗରେ ଖୁବଶୀଘ୍ର ଜବାବ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନୋଟିସ କରାଯାଇଛି । ମୁଖ୍ୟ ଶାସନ ସଚିବ ଓ ଆଇନ ସଚିବଙ୍କୁ ହାଇକୋର୍ଟ ନୋଟିସ ଦେଇଛନ୍ତି ।

ତେବେ ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ସରକାର ଯେଉଁ ରଘୁବର ଦାସ କମିଶନ ଗଠନ କରିଥିଲେ, ତାଙ୍କର ରିପୋର୍ଟ ସାର୍ବଜନୀନ କରାଯାଉ ଦାବି କରି ସାମାଜିକ କର୍ମୀ ଦିଲ୍ଲୀପ ବରାଳ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ।ଏହି ମାମଲାର ଶୁଣାଣି କରି କୋର୍ଟ ଏହି ନୋଟିସ୍ ଜାରି କରିଛନ୍ତି । ଆସନ୍ତା ଜୁଲାଇ ୧୦ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ମିଳିଛି।

Related Posts