ବାଚସ୍ପତିଙ୍କ ସହ ଇସ୍ତଫା ଦେଲେ ଦୁଇ ମନ୍ତ୍ରୀ ସମୀର ରଞ୍ଜନ ଦାସ ଓ ଶ୍ରୀକାନ୍ତ ସାହୁ

ଭୁବନେଶ୍ୱର,୧୨/୫(ସତ୍ୟପାଠ ବ୍ୟୁରୋ): ବଢ଼ିଲା ରାଜ୍ୟ ମନ୍ତ୍ରିମଣ୍ଡଳ ଅଦଳ ବଦଳ ଚର୍ଚ୍ଚା । ଇସ୍ତଫା ଦେଲେ ବାଚସ୍ପତି ବିକ୍ରମ ଆରୁଖ। ବାଚସ୍ପତି ପଦରୁ ଇସ୍ତଫା ଦେଲେ ବିକ୍ରମ କେଶରୀ ଆରୁଖ । ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି ବିକ୍ରମ କେଶରୀ ଆରୁଖ । ପୂର୍ବରୁ ସେ ଜଙ୍ଗଲ ଓ ପରିବେଶ ବିଭାଗର ମନ୍ତ୍ରୀ ଦାୟିତ୍ବରେ ଥିଲେ ।

ସେପଟେ ବାଚସ୍ପତିଙ୍କ ପରେ ଇସ୍ତଫା ଦେଲେ ଦୁଇ ମନ୍ତ୍ରୀ । ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଇସ୍ତଫା ଦେଇଛନ୍ତି । ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଆଜି ଇସ୍ତଫା ଦେଇଛନ୍ତି । ଉଭୟେ କାହିଁକି ଇସ୍ତଫା ଦେଲେ ସେ ସମ୍ପର୍କରେ କୌଣସି ସୂଚନା ମିଳିନି।

ଏହି ଦୁଇ ରାଷ୍ଟ୍ରମନ୍ତ୍ରୀଙ୍କ ଇସ୍ତଫା ପରେ ରାଜ୍ୟ ମନ୍ତ୍ରିମଣ୍ଡଳରେ ଅଦଳ ବଦଳ ଚର୍ଚ୍ଚା ଜୋର ଧରିଛି । ଉଭୟ ମନ୍ତ୍ରୀ ନବୀନ ସରକାରରେ ବିବାଦୀୟ ଥିଲେ । ପୁରୀ ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ ସମୀର ଦାସଙ୍କ ଉପରଙ୍କୁ ଆଙ୍ଗୁଳି ଉଠିଥିଲା । ସେହିଭଳି ନିକଟରେ ପୁରୀ ଜିଲ୍ଲା ପରିଷଦ ଜୋନ୍ ନିର୍ବାଚନରେ ମଧ୍ୟ ବିଜେଡି ପ୍ରାର୍ଥୀଙ୍କ ପରାଜୟ ପରେ ସମୀରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଥିଲା । ଏପଟେ କିଛି ଦିନ ତଳେ ବିଜେଡିର ଜଣେ ମହିଳା କର୍ମୀ,ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ବିରୋଧରେ ନିର୍ଯାତନା ନେଇ ଥାନାରେ ଏତଲା ଦେଇଥିଲେ। ଏହାକୁ ନେଇ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମଧ୍ୟ ବିବାଦରେ ଥିଲେ। ତେବେ ଉଭୟେ କେଉଁ କାରଣରୁ ଇସ୍ତଫା ଦେଲେ ସେ ସମ୍ପର୍କରେ କିଛି ସ୍ପଷ୍ଟ ସୂଚନା ମିଳିନାହିଁ।

ତେବେ ଦୁଇ ମନ୍ତ୍ରୀଙ୍କ ପୂର୍ବରୁ ବାଚସ୍ପତି ବିକ୍ରମ ଆରୁଖ ଇସ୍ତଫା ଦେଇଛନ୍ତି । ବିକ୍ରମ ଆରୁଖ ଆଜି ହଠାତ ବିଧାନସଭାର ବାଚସ୍ପତି ପଦରୁ ଇସ୍ତଫା ଦେଇଛନ୍ତି । ବ୍ୟକ୍ତିଗତ କାରଣ ପାଇଁ ସେ ପଦବୀରୁ ଇସ୍ତଫା ଦେଇଥିବା କହିଛନ୍ତି । ସେ ଉପବାଚସ୍ପତି ରଜନୀକାନ୍ତ ସିଂଙ୍କ ନିକଟକୁ ତାଙ୍କ ଇସ୍ତଫାପତ୍ର ପଠାଇ ଦେଇଛନ୍ତି । ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଭଞ୍ଜନଗର ବିଧାୟକ ତଥା ବିଜେଡିର ବରିଷ୍ଠ ନେତା ବିକ୍ରମ କେଶରୀ ଆରୁଖ।

କହିଛନ୍ତି ‘ଦଳ ଯେତେବେଳେ ତାଙ୍କୁ ଯେଉଁ ଦାୟିତ୍ୱ ଦେଇଛି, ସେ ତାକୁ ନିର୍ବାହ କରିଛନ୍ତି। ‘ତାଙ୍କୁ ଭବିଷ୍ୟତରେ ଯାହା ବି ଦାୟିତ୍ବ ମିଳିବ, ତାକୁ ସେ ନିର୍ବାହ କରିବେ’। ‘ଦଳରେ କିମ୍ବା ସରକାରରେ ତାଙ୍କୁ ପରବର୍ତ୍ତୀ ଯେଉଁ ଦାୟିତ୍ୱ ମିଳିବ, ତାକୁ ସେ ଦାୟିତ୍ୱର ସହ ତୁଲାଇବେ ବୋଲି କହିଛନ୍ତି ବିକ୍ରମ ଆରୁଖ ।

Related Posts