ସୋମବାର ରାଜ୍ୟ ମନ୍ତ୍ରୀମଣ୍ଡଳ ସଂପ୍ରସାରଣ !

ଭୁବନେଶ୍ୱର,୨୦/୫(ସତ୍ୟପାଠ ବ୍ୟୁରୋ): ରାଜ୍ୟରେ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା ଭିତରେ ଆସିଛି ବଡ ଖବର । ଆସନ୍ତା ସୋମବାର ଶପଥ ନେବେ ନବୀନଙ୍କ ନୂଆ ମନ୍ତ୍ରୀ । ସୋମବାର ସକାଳ ସାଢେ ୯ଟାରେ ଏହି ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ । ଲୋକସଭା ଭବନର କନଭେନସନ୍ ହଲରେ ଏହି ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ ବୋଲି ସୂଚନା ମିଳିଛି । ତେବେ ମନ୍ତ୍ରୀମଣ୍ଡଳରେ କିଏ ସାମିଲ ହେବେ ଓ କାହାକୁ କେଉଁ ବିଭାଗର ଦାୟିତ୍ୱ ମିଳିବ ସେ ନେଇ କୌଣସି ସୂଚନା ମିଳିପାରିନାହିଁ ।

ସୂଚନାଯୋଗ୍ୟ ଯେ, ଗତ ସପ୍ତାହରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ସମୀର ଦାସ ଓ ଶ୍ରୀକାନ୍ତ ସାହୁ ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଏହାପରେ ଗଣଶିକ୍ଷା ଓ ଶ୍ରମ ବିଭାଗର ଅତିରିକ୍ତ ଦାୟିତ୍ଵ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଦିଆଯାଇଥିଲା। ସେପଟେ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ତୁଲାଉଛନ୍ତି। ତେଣୁ ରାଜ୍ୟ ମନ୍ତ୍ରୀମଣ୍ଡଳରେ ଖାଲି ପଡ଼ିଥିବା ୩ ପଦ ପାଇଁ ଖୁବଶୀଘ୍ର ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ହୋଇପାରେ ବୋଲି ଚର୍ଚ୍ଚା ହେଉଛି।

Related Posts