କରମଣ୍ଡଳ ଏକ୍ସପ୍ରେସ୍ ଦୁର୍ଘଟଣା; ମୃତକଙ୍କୁ ୧୦ ଲକ୍ଷ, ଗୁରୁତର ଆହତଙ୍କୁ ୨ ଲକ୍ଷ ସହାୟତା ଘୋଷଣା

ଭୁବନେଶ୍ୱର,୨/୬(ସତ୍ୟପାଠ ବ୍ୟୁରୋ): ବାଲେଶ୍ବର ଜିଲ୍ଲା ବାହାନଗା ନିକଟରେ ହାୱାଡାରୁ ଆସୁଥିବା ସାଲିମାର – ଚେନ୍ନାଇ କରମଣ୍ଡଳ ଏକ୍ସପ୍ରେସ ସହ ବିପରୀତ ଦିଗରୁ ଯାଉଥିବା ବାଙ୍ଗାଲୋର ହାୱାଡା ଏକ୍ସପ୍ରେସର ଧକ୍କା ହୋଇଛି। ଏହି ଧକ୍କାରେ ଅନେକ ମୃତାହତ ହୋଇଛନ୍ତି।ଏଭଳି ଭୟାନକ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିବା ସହ ଆହତଙ୍କ ଆରୋଗ୍ୟ କାମନା କରିଛନ୍ତି।

ତେବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଘଟଣା ଉପରେ ସତର୍କ ଦୃଷ୍ଟି ରଖିବାକୁ ନିର୍ଦ୍ଦେଶ ଦେଇଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ଆହତଙ୍କୁ ଯଥାସମ୍ଭବ ସହାୟତା କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

ସେହିପରି ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ମଧ୍ୟ ଘଟଣା ଉପରେ ନଜର ରଖିଥିବା ସହିତ ଟ୍ରେନ ଦୁର୍ଘଟଣାରେ ମୃତାହତଙ୍କ ପ୍ରତି ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୧୦ ଲକ୍ଷର ସହାୟତା ଘୋଷଣା କରାଯାଇଥିବାବେଳେ ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ହଜାର ଟଙ୍କା ସହାୟତା ଘୋଷଣା କରିଛନ୍ତି।

Related Posts