ଅସହ୍ୟ ଖରାରେ କଲବଲ ରାଜ୍ୟବାସୀ: ଆହୁରି ୪ ଦିନ ଜାରି ରହିବ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର,୧୧/୬(ସତ୍ୟପାଠ ବ୍ୟୁରୋ): ଅସହ୍ୟ ଖରାରେ କଲବଲ ରାଜ୍ୟବାସୀ । ଆହୁରି ୪ ଦିନ ଜଳିବ ଓଡ଼ିଶା । ରାଜ୍ୟର କିଛି ଜିଲ୍ଲାରେ ଗ୍ରୀଷ୍ମପ୍ରବାହରୁ ଭୀଷଣ ଗ୍ରୀଷ୍ମପ୍ରବାହ ଅନୁଭୂତ ହୋଇପାରେ । ୩ ରୁ ୪ ଦିନ ପର୍ଯ୍ୟନ୍ତ ଏପରି ଗ୍ରୀଷ୍ମପ୍ରବାହ ଜାରି ରହିପାରେ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପରବର୍ତ୍ତୀ ସମୟରେ ତାପମାତ୍ରା ସାମାନ୍ୟ ତଳକୁ ଖସିପାରେ । ଆଜି ବି ରାଜଧାନୀ ଭୁବନେଶ୍ୱରରେ ସକାଳୁ ଅସହ୍ୟ ଗରମ ସହ ଗୁଳୁଗୁଳି ଅନୁଭୂତ ହେଉଛି ।

ସେପଟେ ଆଜି ଦିନ ସାଢେ ୧୧ଟା ସୁଦ୍ଧା ଝାରୁସୁଗୁଡା ତାପମାତ୍ରା ୪୧.୮ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି କେନ୍ଦୁଝର ୩୯.୨ ଡ଼ିଗ୍ରୀ, ଭୁବନେଶ୍ୱରରେ ୩୮.୨ ଡ଼ିଗ୍ରୀ, ସମ୍ବଲପୁରରେ ୩୭.୬ ଡ଼ିଗ୍ରୀ, ବାଲେଶ୍ୱରରେ ୩୭.୨ ଡ଼ିଗ୍ରୀ, ଚାନ୍ଦବାଲିରେ ୩୭ ଡ଼ିଗ୍ରୀ, ହୀରାକୁଦରେ ୩୬.୪ ଡ଼ିଗ୍ରୀ, ପୁରୀରେ ୩୬ ଡ଼ିଗ୍ରୀ, ଗୋପାଳପୁରରେ ୩୫.୪ ଡ଼ିଗ୍ରୀ, ପାରାଦୀପରେ ୩୪ ଡ଼ିଗ୍ରୀ ରେକର୍ଡ କରାଯାଇଛି ।

ପ୍ରବଳ ଖରାକୁ ନଜରରେ ରଖି ଆଜି ଓ ଆସନ୍ତାକାଲି ପାଇଁ ୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବରଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ କେନ୍ଦୁଝର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Related Posts