ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ନୟାଗଡ଼ ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକ

ଭୁବନେଶ୍ୱର,୧୬/୬(ସତ୍ୟପାଠ ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ପୂର୍ବତନ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢଉ ହେଉଛି।

ସକାଳୁ ସକାଳୁ ଓଡ଼ିଶା ଭିଜିଲାନ୍‌ସ ଟିମ୍‌ ୫ଟି ସ୍ଥାନରେ ଚଢଉ କରିଛନ୍ତି। ଭୁବନେଶ୍ୱର ଏବଂ ପୁରୀ ଜିଲ୍ଲାରେ ଏହି ଚଢଉ ଚାଲିଛି। ଭୁବନେଶ୍ୱରର ଭୀମଟାଙ୍ଗୀ, ହାଉସିଂ ବୋର୍ଡ କଲୋନିରେ ଥିବା ଘର, ରାଜାରାଣୀ କଲୋନିରେ ଥିବା ପ୍ଲଟ ନଂ ୩୮୪ ଓ ୩୮୫, ପୁରୀ ଜିଲ୍ଲା ନିମାପଡ଼ାର ସୁନୁଗରଡ଼ି ଗାଁରେ ଥିବା ପୈତୃକ ଘର ଓ ଫାର୍ମହାଉସରେ ଭିଜିଲାନ୍ସ ପକ୍ଷରୁ ଚଢଉ ଜାରି ରହିଛି। ଓଡ଼ିଶା ଭିଜିଲାନ୍ସର ୨ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ଚଢଉ କରାଯାଉଛି। ଭୁବନେଶ୍ୱର ସ୍ୱତନ୍ତ୍ର ଜଜ୍, ଭିଜିଲାନ୍ସଙ୍କ ଦ୍ବାରା ଜାରି ସର୍ଚ୍ଚ ୱାରେଣ୍ଟର କ୍ଷମତା ବଳରେ ଅନୁସନ୍ଧାନ ଚାଲିଛି। ଏନେଇ ଅଧିକ ତଥ୍ୟକୁ ଅପେକ୍ଷା କରାଯାଇଛି।

Related Posts