ଭୁବନେଶ୍ୱର,୨୦/୬(ସତ୍ୟପାଠ ବ୍ୟୁରୋ): ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଅବସରରେ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ରାଜ୍ୟବାସୀ ତଥା ଦେଶବାସୀଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜ୍ଞାପନ କରିଛନ୍ତି।
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିଜର ଟୁଇଟରରେ ଲେଖିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା ଉପଲକ୍ଷେ ମୁଁ ସମସ୍ତ ଦେଶବାସୀଙ୍କୁ, ବିଶେଷ କରି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଉଛି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ଯେ ଭକ୍ତି ଓ ସମର୍ପଣର ଏ ମହାପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ। ଜୟ ଜଗନ୍ନାଥ… pic.twitter.com/j0yIzDaBw7
— President of India (@rashtrapatibhvn) June 20, 2023
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜର ବାର୍ତ୍ତାରେ କହିଛନ୍ତି, ରଥଯାତ୍ରା ପାଇଁ ସମସ୍ତଙ୍କୁ ଶୁଭେଚ୍ଛା। ଯେହେତୁ ଆମେ ଏହି ପବିତ୍ର ଉତ୍ସବ ପାଳନ କରୁ, ପ୍ରଭୁ ଜଗନ୍ନାଥଙ୍କ ଈଶ୍ୱରୀୟ ଯାତ୍ରା ଆମ ଜୀବନକୁ ସ୍ୱାସ୍ଥ୍ୟ, ସୁଖ ଏବଂ ଆଧ୍ୟାତ୍ମିକ ସମୃଦ୍ଧରେ ପରିପୂର୍ଣ୍ଣ କରୁ।
Rath Yatra greetings to everyone. As we celebrate this sacred occasion, may the divine journey of Lord Jagannath fill our lives with health, happiness and spiritual enrichment. pic.twitter.com/ATvXmW3Yr0
— Narendra Modi (@narendramodi) June 20, 2023
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା ଅବସରରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିଶ୍ଵର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଜଗନ୍ନାଥ ଚେତନା ଓ ଦର୍ଶନରେ ରହିଛି ମାନବ ଜାତିର ଉତ୍ତରଣ ଓ ଅଧ୍ୟାତ୍ମ୍ୟ ଅନୁସରଣର ମାର୍ଗ। ରଥଯାତ୍ରା ସମାଜରେ ଶାନ୍ତି, ମୈତ୍ରୀ ଓ ପ୍ରେମ ପ୍ରତିଷ୍ଠାରେ ସହାୟକ ହେଉ ବୋଲି ସେ ଶ୍ରୀଜୀଉଙ୍କୁ ପ୍ରାର୍ଥନା କରିଛନ୍ତି।
#ରଥଯାତ୍ରା ଅବସରରେ ମାନ୍ୟବର ରାଜ୍ୟପାଳ ବିଶ୍ଵର କୋଣ ଅନୁକୋଣରେ ଥିବା ଶ୍ରୀଜଗନ୍ନାଥ ପ୍ରେମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
— Governor Odisha (@GovernorOdisha) June 20, 2023
ଜଗନ୍ନାଥ ଚେତନା ଓ ଦର୍ଶନରେ ରହିଛି ମାନବ ଜାତିର ଉତ୍ତରଣ ଓ ଅଧ୍ୟାତ୍ମ୍ ଅନୁସରଣର ମାର୍ଗ।
ରଥଯାତ୍ରା ସମାଜରେ ଶାନ୍ତି, ମୈତ୍ରୀ ଓ ପ୍ରେମ ପ୍ରତିଷ୍ଠାରେ ସହାୟକ ହେଉ ବୋଲି ସେ ଶ୍ରୀଜୀଉଙ୍କୁ ପ୍ରାର୍ଥନା କରିଛନ୍ତି। pic.twitter.com/BvT8RqfDBV
ତେଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ଟୁଇଟରରେ ଲେଖିଛନ୍ତି, ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ।
ପବିତ୍ର ରଥଯାତ୍ରା ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭକାମନା ଜଣାଉଛି। ମହାପ୍ରଭୁଙ୍କ ଆଶୀର୍ବାଦ ଓ ଆପଣମାନଙ୍କ ସହଯୋଗରେ ବିକାଶର ନନ୍ଦିଘୋଷ ନୂଆ ଓଡ଼ିଶାର ପଥକୁ ସୁଗମ କରୁ। #ଜୟଜଗନ୍ନାଥ 🙏#RathaJatra2023 #ରଥଯାତ୍ରା୨୦୨୩ pic.twitter.com/OimnwSQVya
— Naveen Patnaik (@Naveen_Odisha) June 20, 2023





