ଝାରସୁଗୁଡ଼ାରେ ଜେପି ନଡ୍ଡା, ୨୪ ନିର୍ବାଚନ ପାଇଁ ଦଳୀୟ କର୍ମୀଙ୍କୁ ଦେବେ ଗୁରୁମନ୍ତ୍ର

ଭୁବନେଶ୍ୱର,୨୨/୬(ସତ୍ୟପାଠ ବ୍ୟୁରୋ): ଦୁଇ ଦିନିଆ ଓଡିଶା ଗସ୍ତରେ ନଡ୍ଡା । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଆଜି ଓଡ଼ିଶାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି । ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଦଳୀୟ ନେତାମାନେ ସ୍ୱାଗତ କରିଛନ୍ତି | ଏହାପରେ ସେ ଜିଲ୍ଲା କାର୍ଯ୍ୟାଳୟ ଅଭିମୁଖେ ବାହାରିଛନ୍ତି । ସେଠାରେ ବରଗଡ ଲୋକସଭା କ୍ଷେତ୍ରର ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ କରିବେ ।

୨୩ ତାରିଖରେ ନଡ୍ଡା ଭବାନୀପାଟଣାରେ ମାଆ ମାଣିକେଶ୍ୱରୀଙ୍କ ଦର୍ଶନ କରି ଆଶିର୍ବାଦ ଭିକ୍ଷା କରିବେ । ପରେ ସ୍ଥାନୀୟ ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ମୋଦି ସରକାରଙ୍କ ୯ ବର୍ଷ ପୂର୍ତ୍ତି ଉପଲକ୍ଷେ ଅନୁଷ୍ଠିତ ମହା ଜନସଂପର୍କ ସମାବେଶରେ ଯୋଗଦେବେ। ତାସହ କଳାହାଣ୍ଡି ସଂସଦୀୟ କ୍ଷେତ୍ରର କାର୍ଯ୍ୟକର୍ତ୍ତାମାନଙ୍କ ସହ ମଧ୍ୟ ବୈଠକ କରିବେ। ଆଉ ନିର୍ବାଚନରେ ଜିତିବା ପାଇଁ ଦେବେ ଗୁରୁମନ୍ତ୍ର। କଳାହାଣ୍ଡି ସଭାରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶେଶ୍ୱର ଟୁଡୁ ପ୍ରମୁଖ ଉପସ୍ଥିତ ରହିବେ । ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନଡ୍ଡାଙ୍କ ଏହି ଗସ୍ତ ବିଜେପି ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ।

Related Posts