କୋକସରା : କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଶିଉନି ଗାଁ ନିକଟରେ ଘଟିଛି ଦୁର୍ଘଟଣା । ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା କାର । ଫଳରେ ଏହି ସଡକ ଦୁର୍ଘଟଣା ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ସମସ୍ତଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଖବର ଅନୁଯାୟୀ, ଶନିବାର ରାତି ପ୍ରାୟ ୧୦:୩୦ ବେଳେ କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ବ୍ଲକ ଶିଉନି ଗାଁ ବୁଲାଣି ରାସ୍ତାରେ ଏକ କାର ଭାରସାମ୍ୟ ଓଲଟି ପଡିଛି। ଦୁର୍ଘଟଣାରେ କାର ଭିତରେ ଥିବା ୩ ଜଣଙ୍କ ମଧ୍ୟରୁ ଜଣେ ଯୁବକଙ୍କ ଶୋଚନୀୟ ମୃତ୍ୟୁ ହୋଇଛି। ମୃତ ଯୁବକ ହେଲେ କୋକସରା ବ୍ଲକ ସାନ ପୋଡ଼ାଗୁଡା ଗାଁର ହୃଦାନନ୍ଦ ଝାଙ୍କରଙ୍କ ପୁଅ ଅଚ୍ୟୁତାନନ୍ଦ ଝାଙ୍କର(୧୭) । ସେ ତାଙ୍କ ସମ୍ପର୍କୀୟ ଭାଇଙ୍କ ସହ ଟିଟିଲାଗଡ଼ରୁ ମାଲକାନଗିରି ଯାଉଥିବା ସମୟରେ ଦୁର୍ଘଟଣା ଘଟିଛି।

ଖବର ପାଇ ଆମପାଣି ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇଛି ଓ ତଦନ୍ତ ଜାରି ରଖିଛନ୍ତି।