ରାଜ୍ୟରେ ମଙ୍କିପକ୍ସ ସ୍ଥିତି ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୪.୩୦ରେ ବସିବ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ରାଜ୍ୟରେ ମଙ୍କିପକ୍ସ ସ୍ଥିତି ସଂପର୍କରେ ଆଜି ଅପରାହ୍ନ ୪.୩୦ରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି। ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ।

ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର ମଙ୍କିପକ୍ସ ରୋଗୀଙ୍କ ପାଇଁ ନିର୍ଦ୍ଦେଶାବଳି ଜାରି କରିଛନ୍ତି। ଦେଶରେ ଏଯାବତ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହୋଇଛି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୩ଜଣ କେରଳରୁ ଚିହ୍ନଟ ହୋଇଥିବା ବେଳେ ଜଣେ ରାଜଧାନୀ ଦିଲ୍ଲୀରୁ ଚିହ୍ନଟ ହୋଇଛନ୍ତି। ତେବେ ବିଶ୍ବବ୍ୟାପୀ ୧୬ ହଜାର ମଙ୍କିପକ୍ସ ମାମଲା ଚିହ୍ନଟ ହେବାପରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ ଏହାକୁ ବୈଶ୍ବିକ ସ୍ବାସ୍ଥ୍ୟ ସଙ୍କଟ ଘୋଷଣା କରିଛନ୍ତି। ତେବେ ଭାରତରେ ୪ଟି ମଙ୍କିପକ୍ସ ମାମଲା ଚିହ୍ନଟ ହେବାରୁ ସରକାର ଏହାର ନିୟନ୍ତ୍ରଣ ପାଇଁ ପଦକ୍ଷେପ ଗ୍ରହଣ କରିଛନ୍ତି। ମଙ୍କିପକ୍ସ ରୋଗୀ ଏବଂ ସେମାନଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କ ପାଇଁ ଆଜି ନିର୍ଦ୍ଦେଶାବଳି ଜାରି ହୋଇଛି।

Related Posts