ଶକ୍ତିଶାଳୀ ଭୂକମ୍ପ ଝଟକା ରେ ଥରିଲା ଜାପାନ । ଆଜି (ବୁଧବାର) ଜାପାନର ରାଜଧାନୀ ଟୋକିଓ ଉପକୂଳ ନିକଟବର୍ତ୍ତୀ ଅଞ୍ଚଳରେ ଏକ ଶକ୍ତିଶାଳୀ l ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା 7.3 ମ୍ୟାଗ୍ନିଚ୍ଯୁଡ୍ ରହିଥିବା ରେକର୍ଡ କରାଯାଇଛି । ଭୂକମ୍ପ ତୀବ୍ରତା ଅଧିକ ଥିବାରୁ ରାଜଧାନୀ ଟୋକିଓର ଉତ୍ତର-ପୂର୍ବ ଉପକୂଳର କିଛି ସ୍ଥାନ ପାଇଁ ସୁନାମି ସତର୍କତା ଜାରି କରାଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଭୂକମ୍ପର କେନ୍ଦ୍ରସ୍ଥଳ ଟୋକିଓ ଫୁକୁସିମା ଅଞ୍ଚଳର ଉପକୂଳ ହୋଇଥିବାବେଳେ ଏହା ସମୁଦ୍ର ମଧ୍ୟରେ ପ୍ରାୟ ୬୦ କି.ମି ଗଭୀରତାରେ ସୃଷ୍ଟି ହୋଇଛି । ବର୍ତ୍ତମାନ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରି ନାହିଁ ।

ସେହିପରି ଲଦାଖରେ ମଧ୍ୟ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା 5.2 ରେକର୍ଡ କରାଯାଇଛି । କୌଣସି କ୍ଷୟକ୍ଷତିର ସୂଚନା ସାମ୍ନାକୁ ଆସି ନାହିଁ। ।