ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା; ଟ୍ୱିଟ୍ କରି ସୂଚନା ଦେଲା ଆଞ୍ଚଳିକ ପାଣିପାଗ ବିଭାଗ

ଭୁବନେଶ୍ୱର ( ସତ୍ୟପାଠ ବ୍ୟୁରୋ ): ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବ ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି । ଅବପାତ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ବୋଲି ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ।ତେବେ ଘୂର୍ଣ୍ଣିବଳୟରୁ ଲଘୁଚାପ ଓ ପରେ ଅବପାତ ହେବାର ସମ୍ଭାବନା ରହିଛି । ଏହା ପରେ ଅବପାତ ଘନୀଭୂତ ହୋଇ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ, ଘୂର୍ଣ୍ଣିବଳୟ ସକ୍ରିୟ ରହିଛି ।

ଟ୍ୱିଟରେ ପାଣିପାଗ ବିଭାଗ କହିଛି ଯେ, ‘ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ । ୨୨ ତାରିଖ ବେଳକୁ ଲଘୁଚାପଟି ଅବପାତରେ ପରିଣତ ହୋଇପାରେ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ । ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ।’

Related Posts