ଭୁବନେଶ୍ୱର(ସତ୍ୟପାଠ ବ୍ୟୁରୋ): ସାପ କାମୁଡ଼ାରେ ୩ ଛାତ୍ରଛାତ୍ରୀ ମୃତ । କେନ୍ଦୁଝର ବାରିଆ ଥାନା ନିଶ୍ଚିତପୁରରେ ଏକ କୋଚିଂ ସେଣ୍ଟରରେ ଅଘଟଣ ଘଟିଛି । ରାତିରେ କୋଚିଂ ସେଣ୍ଟରରେ ଶୋଇଥିବା ବେଳେ ସାପ କାମୁଡ଼ିଥିଲା । ମୃତକଙ୍କ ମଧ୍ୟରେ ୨ ଛାତ୍ରୀ ଓ ଜଣେ ଛାତ୍ର ସୂଚନା। ଅନ୍ୟ ଜଣେ ଗୁରୁତରଙ୍କୁ କଟକ ମେଡିକାଲ ସ୍ଥାନାନ୍ତର କରାଯାଇଛି ।ମୃତ ଛାତ୍ରଛାତ୍ରୀମାନେ ହେଉଛନ୍ତି- ରାଜା ନାଏକ (୧୨), ସ୍ନେହାଶ୍ରୀ ନାଏକ (୧୦) ଓ ଏଲିନା ନାଏକ (୭)।
ସେହିପରି ଗୁରୁତର ଥିବା ଛାତ୍ରଙ୍କ ନାଁ ଆକାଶ ନାଏକ (୧୨)। ତେବେ ଗତକାଲି ରାତିରେ ସମସ୍ତେ ଶୋଇଥିବାବେଳେ ଏକ ବିଷାକ୍ତ ସାପ କାମୁଡ଼ିଦେଇଥିଲା । ଆଜି ସକାଳେ ଏନେଇ ଜଣାପଡିଥିଲା । ୪ ଜଣଙ୍କ ମଧ୍ୟରୁ ୩ ଜଣଙ୍କର ମୃତ୍ୟୁ ହୋଇଯାଇଥିବାବେଳେ ଜଣେ ଛାତ୍ର ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।





